ପଶ୍ଚିମବଙ୍ଗ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ସିଏପିଏଫ୍ କର୍ମଚାରୀଙ୍କ ଯାନବାହାନରେ ଲାଗିବ ଜିପିଏସ୍
ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ନିୟୋଜିତ ହେବାକୁ ଥିବା କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବାହିନୀ - CAPF କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିବା ଯାନବାହାନରେ ଜିପିଏସ୍ ଟ୍ରାକର ବ୍ୟବସ୍ଥା ଲଗାଇବାକୁ ଭାରତୀୟ ନିର୍ବାଚନ ଆୟୋଗ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଦୁଇଟି ପର୍ଯ୍ୟାୟରେ ଏହି ବ୍ୟବସ୍ଥାକୁ କାର୍ଯ୍ୟକାରୀ କରାଯିବ । ଆସନ୍ତାମାସ ପହିଲାରୁ ପ୍ରଥମ ପର୍ଯ୍ୟାୟରେ ୨୪୦ କମ୍ପାନି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବାହିନୀ ନିୟୋଜିତ ହେବେ ।

ପଶ୍ଚିମବଙ୍ଗର ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଜିପିଏସ୍ ଟ୍ରାକିଙ୍ଗ୍ ବ୍ୟବସ୍ଥା CAPF କର୍ମଚାରୀଙ୍କ ଗତିବିଧି ଉପରେ ନଜର ରଖିବାକୁ ଆୟୋଗଙ୍କ ଦ୍ୱାରା ନିଯୁକ୍ତ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସକ୍ଷମ ହେବେ । ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ଆସନ୍ତାମାସ ୧୦ ତାରିଖରୁ ୨୪୦ କମ୍ପାନୀ CAPF ନିୟୋଜିତ ହେବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK







Click it and Unblock the Notifications