ଶ୍ରୀନଗରରେ ଆତଙ୍କୀଙ୍କ ଗ୍ରେନେଡ୍ ଆକ୍ରମଣ, ୧୨ରୁ ଅଧିକ ଲୋକ ଆହତ
ଶ୍ରୀନଗର : ଜମ୍ମୁ-କଶ୍ମୀରରେ ପୁଣି ବଢିବାରେ ଲାଗିଛି ଆତଙ୍କବାଦୀ ଆକ୍ରମଣ । ରବିବାର ଶ୍ରୀନଗରରେ ଏକ ବଡ଼ ଗ୍ରେନେଡ୍ ଆକ୍ରମଣ ହୋଇଛି। ସହରର ଅଲ୍ ଇଣ୍ଡିଆ ରେଡିଓ ଷ୍ଟେସନ ବାହାରେ ଥିବା ଟୁରିଷ୍ଟ ରିସେପ୍ସନ୍ ସେଣ୍ଟର ନିକଟରେ ଏହି ଆକ୍ରମଣ ହୋଇଥିଲା । ପ୍ରାଥମିକ ସୂଚନା ଅନୁଯାୟୀ ଏହି ଆକ୍ରମଣରେ ଅତି କମରେ ୧୨ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି । ଶ୍ରୀନଗରସ୍ଥିତ ପର୍ଯ୍ୟଟକ ସ୍ୱାଗତ କେନ୍ଦ୍ର (Tourist Reception Centre) ବାହାରେ ଥିବା ବଜାରରେ ରବିବାର କାରଣରୁ ବହୁ ସଂଖ୍ୟାରେ ଲୋକଙ୍କ ଗହଳି ରହିଥିଲା।

ଏହି ସମୟରେ ଏପରି ଗ୍ରେନେଡ ଆକ୍ରମଣ କାରଣରୁ ଅନେକ ଲୋକ ଆହତ ହୋଇଛନ୍ତି। ପ୍ରାରମ୍ଭିକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଏହି ଆକ୍ରମଣରେ ପ୍ରାୟ ୧୦ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଗ୍ରେନେଡ ବିସ୍ଫୋରଣରେ ଆହତ ନାଗରିକଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହା ପରେ କଶ୍ମୀର ପୁଲିସର ସ୍ପେଶାଲ ଅପରେସନ୍ ଗ୍ରୁପକୁ ତଦନ୍ତ ପାଇଁ ନିୟୋଜିତ କରାଯାଇଛି। ଆକ୍ରମଣକାରୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ମଧ୍ୟ ଆରମ୍ଭ ହୋଇଛି।
ଶନିବାର ମଧ୍ୟ ଅନନ୍ତନାଗ ଏବଂ ଶ୍ରୀନଗରର ଖାନୟାରରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ତୀବ୍ର ମୁକାବିଲା ହୋଇଥିଲା। ଯେଉଁଥିରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ହତ୍ୟା କରାଯାଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ପାକିସ୍ତାନସ୍ଥିତ ଲସ୍କର ଜଣେ ବରିଷ୍ଠ କମାଣ୍ଡର ମଧ୍ୟ ଥିଲେ, ଯିଏ ଏକ ବଡ଼ ଅପରାଧ କରିବା ପାଇଁ ଉକ୍ତ ଅଞ୍ଚଳର ଏକ ଘରେ ଲୁଚି ରହିଥିଲେ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications