ହାଥରସ ଅଘଟଣ: ସତସଙ୍ଗରେ ଦଳାଚକଟା, 120ରୁ ଅଧିକ ମୃତ
ହାଥରସ ଅଘଟଣ: ଉତ୍ତରପ୍ରଦେଶର ହାଥରସରେ ଏକ ବଡ଼ ଦୁର୍ଘଟଣା ଘଟିଛି । ହାଥରସ ରତିଭାନପୁରରେ ସତସଙ୍ଗ ସଭାରେ ଦଳାଚକଟା ହୋଇଛି । ଏହି ଦୁର୍ଘଟଣାରେ ଶତାଧିକ ଲୋକଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି । ସ୍ଥାନୀୟ ରିପୋର୍ଟ ଅନୁଯାୟୀ, ଖବର ଲେଖା ହେବା ପର୍ଯ୍ୟନ୍ତ 130 ଜଣଙ୍କର ମୃତ୍ୟୁ ହୋଇଛି । ଏଥିରେ ମୁଖ୍ୟତଃ ମହିଳା ଏବଂ ଶିଶୁ ଅଛନ୍ତି ।
ଏ ନେଇ ଏଟା ସିଏମଓ ଉମେଶ ତ୍ରିପାଠୀ ନିଶ୍ଚିତ କରିଛନ୍ତି । ତେବେ ବେସରକାରୀ ଭାବେ ମୃତ୍ୟୁ ସଂଖ୍ୟା ଅଧିକ ବୋଲି କୁହାଯାଉଛି । ସେହିପରି ଆହତ ସଂଖ୍ୟା ମଧ୍ୟ ସରକାରୀ ରିପୋର୍ଟଠାରୁ ଅଧିକ ହୋଇଥିବା କୁହାଯାଉଛି । ଏପର୍ଯ୍ୟନ୍ତ 100 ମୃତଦେହ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲରେ ପହଞ୍ଚିଥିବା କୁହାଯାଉଛି ।

ଆହତ ମହିଳା ଓ ଶିଶୁମାନଙ୍କୁ ଏଟା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଅନେକ ମହିଳା ଓ ଶିଶୁଙ୍କୁ ଏଟା ମେଡିକାଲ କଲେଜକୁ ନିଆଯାଇଥିଲା ଯେଉଁଠାରେ ସେମାନେ ଚିକିତ୍ସିତ ହେଉଛନ୍ତି । ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇପାରେ ବୋଲି ଆଶଙ୍କା କରାଯାଉଛି ।
ଏହି ଅଘଟଣର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଘଟଣାସ୍ଥଳକୁ ରାଜ୍ୟର 2 ଜଣ ବରିଷ୍ଠ ମନ୍ତ୍ରୀ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ସ୍ଥାନୀୟ ଜଣେ ଗୁରୁ ଭୋଲେ ବାବା ନାରାୟଣ ସାକର ହରିଙ୍କ ସ୍ମୃତିରେ ଏହି ଉତ୍ସବ ପାଳନ ହେଉଥିବାବେଳେ ଏହି ଅଘଟଣ ଘଟିଥିଲା। ଘଟଣାସ୍ଥଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ହାଥରସ ଜିଲ୍ଲା ମାଜିଷ୍ଟ୍ରେଟ ଆଶିଷ କୁମାର ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ କରୁଛନ୍ତି । ସେଠାରେ ସ୍ଥିତି ନିୟନ୍ତ୍ରଣ ଲାଗି ପୋଲିସ ସଜାଗ ରହିଛି । ବିଭିନ୍ନ ସରକାରୀ ଓ ଘରୋଇ ହସ୍ପିଟାଲରେ ଆହତମାନଙ୍କୁ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳକୁ ଯାଇଛନ୍ତି ଦୁଇ ମନ୍ତ୍ରୀ ସନ୍ଦୀପ ସିଂ ଓ ଲକ୍ଷ୍ମୀ ନାରାୟଣ ଚୌଧୁରୀ । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ଥିତି ସମୀକ୍ଷା କରିଛନ୍ତି । ଏହା ସହ ମୃତବ୍ୟକ୍ତିଙ୍କ ପରିବାରକୁ 2 ଲକ୍ଷ ଓ ଆହତ ବ୍ୟକ୍ତିଙ୍କ ପରିବାରକୁ 50 ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଦେବା ଲାଗି ନିର୍ଦ୍ଦେଶ ଦିଆଯାଇଛି ।
ଏହି ଅଘଟଣରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି, "ଉତ୍ତରପ୍ରଦେଶର ହାଥରସରେ ଘଟିଥିବା ଅଘଟଣରେ ଅନେକ ଲୋକଙ୍କ ଦୁଃଖଦ ମୃତ୍ୟୁ ବିଷୟରେ ସୂଚନା ଆସୁଛି । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ସମବେଦନା ଜଣାଉଛି, ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ପ୍ରଶାସନ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି । ପୀଡିତମାନଙ୍କୁ ପ୍ରତ୍ୟେକ ପ୍ରକାରରେ ସାହାଯ୍ୟ କରାଯିବ।"
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications