ପେଟ୍ରୋଲ ଓ ଡିଜେଲ ଦର କମିଲା ନା ବଢିଲା? ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦର?
ପେଟ୍ରୋଲ ପକାଇବାକୁ ଚାହୁଁଛନ୍ତି କି? ତେବେ ତା ପୂର୍ବରୁ ଜାଣନ୍ତୁ ଆଜି କେତେ ଅଛି ପେଟ୍ରୋଲ ଓ ଡିଜେଲ ଦର? କାରଣ ପ୍ରତ୍ୟେକ ଦିନ ପେଟ୍ରୋଲ ଏବଂ ଡିଜେଲ ଦାମରେ ପରିବର୍ତ୍ତନ ହୋଇଥାଏ । ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟ ପରିବର୍ତ୍ତନ ହୋଇନାହିଁ । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ହେଲେ ଭୁବନେଶ୍ୱରରେ ପେଟ୍ରୋଲ ଏବଂ ଡିଜେଲ ଦାମରେ ସାମାନ୍ୟତମ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୩୫ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୯୨ ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।












Click it and Unblock the Notifications