ଆଗକୁ ଆହୁରି ବଢିବ ତାତି, ୧୪ ଯାଏଁ ନିସ୍ତାର ନାହିଁ ; ସତର୍କ କରାଇଲା ପାଣି ପାଗ ବିଭାଗ

ଆସନ୍ତା ୫ ଦିନ ରାଜ୍ୟରେ ଭୀଷଣ ଗ୍ରୀଷ୍ମଲହରୀ ବହିବ। ଗୁଳୁଗୁଳି ବି ଅଣନିଃଶ୍ୱାସୀ କରିବ । ୧୪ ତାରିଖ ଯାଏ ପ୍ରଚଣ୍ଡ ତାତିରୁ ନିସ୍ତାର ମିଳିବନି। ଶନିବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ଓ ଗୁଳୁଗୁଳି ରହିବ। ୧୧, ୧୨ ଓ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରି ବହିପାରେ। ୧୪ ତାରିଖ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମଲହରି ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Heat wave

୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ। ୧୧ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର ଓ ବୌଦ୍ଧରେ ଗ୍ରୀଷ୍ମଲହରୀ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି। ୧୨ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୧୩ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମଲହରୀ କଲବଲ କରିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଅସମ୍ଭାଳ ଗରମ ଓ ଗୁଳୁଗୁଳି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+