ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷିବ!
ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ ତାରିଖ ଯାଏ ଏହା ସକ୍ରିୟ ରହିବ । ରାଜ୍ୟରେ ଜାରି ରହିବ ବଜ୍ରପାତ ଜନିତ ବର୍ଷା । ବିଶେଷକରି ଉପକୂଳ ଓ ଉତ୍ତର-ଆଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ପ୍ରଭାବ । ଏଥିସହ ୧୦ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ପାଇଁ ଆଜି ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୩ ଜିଲ୍ଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ୧୦ ତାରିଖବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଆଶଙ୍କା ରହିଥିଲେ ମଧ୍ୟ ଏଯାଏ କିଛି ସ୍ପଷ୍ଟ ହୋଇନାହିଁ। ତେବେ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଉତ୍ତର ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ତେଲଙ୍ଗାନା ଏବଂ ଦକ୍ଷିଣ ଛତିଶଗଡ଼ରେ ଏକ ନିମ୍ନଚାପରେଖା ସକ୍ରିୟ ରହିଛି। ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାଶର୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହା ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି।












Click it and Unblock the Notifications