ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ
Hemant Soren Takes Oath As Chief Minister: ତୃତୀୟ ଥର ପାଇଁ ଝାରଖଣ୍ତର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ । ରାଜ୍ୟପାଳ ତାଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସେ ୩୧ ଜାନୁଆରୀ ୨୦୨୪ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଜେଲରୁ ମୁକୁଳିବା ପରେ ସେ ପୁଣିଥରେ ସିଏମ୍ ଭାବେ ଶପଥ ନେଇଛନ୍ତି ।

ହେମନ୍ତ ସୋରେନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଚମ୍ପାଇ ସୋରେନ ମଧ୍ୟ ଉପସ୍ଥିତ ଥିଲେ । ହେମନ୍ତ ସୋରେନଙ୍କ ସହ ତାଙ୍କ ପରିବାର ମଧ୍ୟ ରାଜ ଭବନରେ ଏହି ସମୟରେ ଉପସ୍ଥିତ ଥିଲେ । କଲପନା ସୋରେନ୍ ଚମ୍ପାଇ ସୋରେନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିଲେ।
5 महीने पहले सत्ता के मद में चूर अहंकारियों ने मुझे चुप कराने की कोशिश की थी। आज झारखंडियों की जनमत वापस बुलंद होगी।
जय झारखंड, जय हिंद pic.twitter.com/E9HCs6t0oT
— Hemant Soren (@HemantSorenJMM) July 4, 2024
ଝାରଖଣ୍ତ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ରାଜ ଭବନରେ ହେମନ୍ତ ସୋରେନଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତୃତୀୟ ଥର ପାଇଁ ହେମନ୍ତ ସୋରେନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ବୁଧବାର ଦିନ ଚମ୍ପାଇ ସୋରେନ ସିଏମ ପଦରୁ ଇସ୍ତଫା ଦେଇଥିଲେ । ନିକଟରେ ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଜମି ସମ୍ବନ୍ଧୀୟ ଅର୍ଥ ହେରଫେର ମାମଲାରେ ଜାମିନ ପ୍ରଦାନ କରିଥିଲେ। ଏହା ପରେ ବୁଧବାର ଇଣ୍ଡିଆ ଆଲାଇନ୍ସର ବୈଠକରେ ଚମ୍ପାଇ ସୋରେନଙ୍କ ସ୍ଥାନରେ ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ସହମତି ପ୍ରକାଶ ପାଇଥିଲା ।
ସୂଚନାଥାଉ ଯେ, ୨୦୦୦ ମସିହା ନଭେମ୍ବର ୧୫ରେ ବିହାରରୁ ଅଲଗା ହୋଇ ଝାଡଖଣ୍ଡ ଗଠନ କରାଯାଇଥିଲା । ସେବେଠାରୁ ଏବେ ଯାଏଁ ୧୨ଜଣ ସିଏମ ହୋଇଛନ୍ତି । ତେବେ ହେମନ୍ତଙ୍କ ନୂଆ ସରକାରରେ ଝାଡଖଣ୍ଡରେ ୧୨ଜଣ ମନ୍ତ୍ରୀ ହୋଇଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।
ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଜାନୁଆରୀ 31 ରେ ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା। ସେ ଇଡି ହେପାଜତରେ ଥିବାବେଳେ ସିଏମ ପଦରୁ ଇସ୍ତଫା ଦେଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଜେଏମଏମର ବରିଷ୍ଠ ନେତା ଚମ୍ପାଇ ସୋରେନ ।
VIDEO | JMM leader Champai Soren arrives at Raj Bhavan in Ranchi for the oath-taking ceremony of Hemant Soren as Jharkhand CM. pic.twitter.com/1jn83Od3Lo
— Press Trust of India (@PTI_News) July 4, 2024
ଜୁନ 28 ରେ ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ। ଜାମିନରେ ଆସିବା ପରଠାରୁ ସୋରେନ ପୁଣିଥରେ ମୁଖ୍ୟମନ୍ତ୍ରୀ ହେବା ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା । ଏହାରି ମଧ୍ୟରେ ଗତକାଲି ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଜେଏମଏମର ବରିଷ୍ଠ ନେତା ଚମ୍ପାଇ ସୋରେନ । ଗତକାଲି ସଂନ୍ଧ୍ୟାରେ ସେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନଙ୍କୁ ଭେଟି ନିଜର ଇସ୍ତଫାପତ୍ର ଦେଇଥିଲେ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications