ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ ; ଉପସ୍ଥିତ ଥିଲେ ରାହୁଲ, କଂଗ୍ରେସ ଅଧ୍ୟକ୍ଷ

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ମଙ୍ଗ ଧରିଲେ ହେମନ୍ତ ସୋରେନ । ଏଥର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ସହ ମିଶି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ବହୁମତ ହାସଲ କରିଥିଲା । ଏହାପରେ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ ହେମନ୍ତ ସୋରେନ । ଆଜି ବିଧିବଦ୍ଧ ଭାବରେ ତାଙ୍କୁ ପଦ ଓ ଗୋପନିୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାର ।

Hemant Soren

ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେର ଶପଥ ନେଇଛନ୍ତି ହେମନ୍ତ ସୋରେନ । ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ନଭେମ୍ବର ୨୩ ତାରିଖରେ ଆସିଥିଲା । ଇଣ୍ଡିଆ ମେଣ୍ଟ ସହ ମିଶି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ମୋଟ ୫୬ଟି ଆସନରେ ବିଜୟ ହାସଲ କରି ସରକାର ଗଢ଼ିବାକୁ ରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲା । ଏହାପରେ ଇଣ୍ଡିଆ ମେଣ୍ଟର ବିଧାୟକ ଦଳ ବୈଠକ ବସିଥିଲା । ଏଥିରେ ହେମନ୍ତ ସୋରେନଙ୍କୁ ନେତା ଭାବରେ ନିର୍ବାଚିତ କରାଯାଇଥିଲା । ଏହାପରେ ଆଜି ସେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି ।

ଶପଥ ଗ୍ରହଣ ସମାରୋହ ମଞ୍ଚରେ ଅନେକ ହେଭିୱେଟ ନେତାଙ୍କୁ ଦେଖିବାକୁ ମିଳିଥିଲା । ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସମେତ ବିରୋଧୀ ଦଳ ନେତା ରାହୁଲ ଏହି ଭବ୍ୟ ସମାରୋହରେ ଯୋଗ ଦେଇଥିଲେ । ଏହା ସହିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଇଣ୍ଡିଆ ମେଣ୍ଟର ମୋଟ ୧୦ଟି ଦଳ ମିଶି ମୋଟ ୫୬ ଆସନରେ ବିଜୟ ହାସଲ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+