୨୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ହେମନ୍ତ ସୋରେନ

ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ନୂତନ ସରକାର ଗଠନ ପ୍ରକ୍ରିୟା ତୀବ୍ର ହୋଇଛି। ସୂଚନା ମୁତାବକ, ନୂଆ ମୁଖ୍ୟମନ୍ତ୍ରୀ ଭାବେ ହେମନ୍ତ ସୋରେନଙ୍କ ଶପଥ ଗ୍ରହଣ ସମାରୋହ ନଭେମ୍ବର ୨୬ରେ ଆୟୋଜିତ ହେବାକୁ ଯାଉଛି। ଏହି ସମାରୋହରେ ବିରୋଧୀ ଦଳର ଅନେକ ବଡ଼ ନେତା ମଧ୍ୟ ସାମିଲ ହେବେ। ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଆପ୍‌ ସଂଯୋଜକ ଅରବିନ୍ଦ କେଜ୍ରିୱାଲ, ଆରଜେଡି ନେତା ତେଜସ୍ୱୀ ଯାଦବ ପ୍ରମୁଖ ଏହି ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Hemant Soren

ସୂଚନାଯୋଗ୍ୟ, ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତୃତ୍ୱାଧୀନ ମେଣ୍ଟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ୫୬ ଆସନ ସହ ଜବରଦସ୍ତ ବିଜୟ ହାସଲ କରି କ୍ଷମତା ବଜାୟ ରଖିଛି। ଜେଏମଏମ ନେତୃତ୍ୱାଧୀନ ମେଣ୍ଟ ୮୧ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୫୬ଟି ଆସନ ଜିତିଥିବାବେଳେ ବିଜେପି ନେତୃତ୍ଵାଧୀନ ଏନଡିଏ ମେଣ୍ଟକୁ ମାତ୍ର ୨୪ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+