ନଗର ଉନ୍ନୟନ ସଚିବ ଉଷାପାଢୀଙ୍କୁ ହାଇକୋର୍ଟଙ୍କ ନୋଟିସ

ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇନଥିବା ପ୍ରସଙ୍ଗରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଅଦାଲତ ଅବମାନନା ଅଭିଯୋଗରେ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ହାଜର ହେବାକୁ ନିର୍ଦ୍ଦେଶ । ସଚିବ ଉଷା ପାଢ଼ୀ, ପୌର ପ୍ରଶାସନ ନିର୍ଦ୍ଦେଶକ ଗଗନ ବିହାରୀ ସ୍ବାଇଁ, ଟାଉନ ପ୍ଲାନିଂ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ସଚିବ ସୁଶାନ୍ତ ମିଶ୍ର, କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ ସିନ୍ଦେ ଓ ଆଠଗଡ଼ ସ୍ବତନ୍ତ୍ର ପ୍ଲାନିଂ ଅଥରିଟିର କର୍ତ୍ତୃପକ୍ଷଙ୍କୁ ପରବର୍ତ୍ତୀ ଶୁଣାଣିରେ ହାଜର ହେବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ସେମାନଙ୍କୁ ପରବର୍ତ୍ତୀ ଶୁଣାଣି ସମୟରେ ହାଜର କରିବା ପାଇଁ କଟକ- ଭୁବନେଶ୍ବର ଅଥରିଟିର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

High Court

ଜାନୁଆରି ୩୦ରେ ହାଜର ହୋଇ ପୂର୍ବ ନିର୍ଦ୍ଦେଶ କାହିଁକି ପାଳନ କରାଯାଇ ନାହିଁ ସେ ନେଇ ସ୍ପଷ୍ଟୀକରଣ ରଖିବେ । ତେବେ ଏହି ସମୟ ଭିତରେ ଯଦି ପ୍ରତିପକ୍ଷଙ୍କ ତରଫରୁ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ କରାଯାଏ ଆଉ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରାଯାଏ ତେବେ ସେମାନଙ୍କ ଉପସ୍ଥିତି ଆବଶ୍ୟକ ହୋଇ ନପାରେ ବୋଲି ହାଇକୋର୍ଟ କହିଛନ୍ତି । ପ୍ରାୟ ୧୦ ବର୍ଷରୁ ଅଧିକ ସମୟ ଧରି ନଗର ଉନ୍ନୟନ ବିଭାଗରେ କାର୍ଯ୍ୟ କରୁଥିବା ଆବେଦନକାରୀଙ୍କ ଚାକିରି ନିୟମିତ କରିବା ପାଇଁ ହାଇକୋର୍ଟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ୨୦୧୪ ମସିହାରେ ହାଇକୋର୍ଟଙ୍କ ଏକକ ଖଣ୍ଡପୀଠ ଏହି ରାୟ ଦେଇଥିଲେ, ଯାହାକୁ ୨୦୨୫ ଜୁଲାଇ ମାସରେ ଦୁଇଜଣିଆ ଖଣ୍ଡପୀଠ ମଧ୍ୟ କାଏମ ରଖିଥିଲେ । କିନ୍ତୁ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ୮ ସପ୍ତାହ ମଧ୍ୟରେ ଏହି କାର୍ଯ୍ୟ କରାଯାଇ ନଥିବାରୁ ଆବେଦନ କାରୀ ପୁନର୍ବାର ଅଦାଲତ ଅବମାନନା ମାମଲା ଦାୟର କରିଥିଲେ । ଯାହାକୁ ନେଇ ହାଇକୋର୍ଟଙ୍କ କଡ଼ା ଚେତାବନୀ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+