ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ, ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି
ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି । କାଲି ଐତିହାସିକ ଚୁକ୍ତି ହୋଇଥିବା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି । ମଦର୍ ଅଫ୍ ଅଲ୍ ଡିଲ୍କୁ ସ୍ବାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ କହିଛନ୍ତି ଭାରତ ଓ ୟୁରୋପ ଲୋକଙ୍କ ପାଇଁ ଏହା ବଡ଼ ସୁଯୋଗ ଆଣିବ ।

ବିଶ୍ବର ଦୁଇ ବଡ଼ ଅର୍ଥବ୍ୟବସ୍ଥା ମଧ୍ୟରେ ଭଲ ପାର୍ଟନର ସିପ୍ର ଉଦାହରଣ । ଏହି ଚୁକ୍ତି ବିଶ୍ବ ଜିଡିପିର ୨୫ ପ୍ରତିଶତ ଓ ବିଶ୍ବ ବାଣିଜ୍ୟର ଏକ ତୃତୀୟାଂଶ । ଏହି ଡିଲ୍ ଦ୍ବାରା ଉତ୍ପାଦନ କ୍ଷେତ୍ରରେ ଆହୁରି ବୃଦ୍ଧି ଘଟିବ । ସର୍ଭିସ୍ ସେକ୍ଟରର ବି ଆହୁରି ବିସ୍ତାର ହେବ ବୋଲି ମୋଦି କହିଛନ୍ତି । ଏହାସହ ଭାରତରେ ନିବେଶ କରିବା ପାଇଁ ବ୍ୟବସାୟୀଙ୍କ ମଧ୍ୟରେ ଆତ୍ମବିଶ୍ବାସ ବଢ଼ିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଣ୍ଡିଆ ଏନର୍ଜି ସପ୍ତାହ ୨୦୨୬ରେ ତାଙ୍କ ଅଭିଭାଷଣ ସମୟରେ ଭାରତ ଏବଂ ୟୁରୋପୀୟ ୟୁନିଅନ ମଧ୍ୟରେ ଏକ ପ୍ରମୁଖ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଏହି ଚୁକ୍ତିନାମା ବିଶ୍ୱର ଦୁଇ ବୃହତ ଅର୍ଥନୀତି ମଧ୍ୟରେ ଏକ ଦୃଢ଼ ସହଭାଗୀତାର ପ୍ରତୀକ ଓ ଏହା ଭାରତର ଶିଳ୍ପ, ଶକ୍ତି କ୍ଷେତ୍ର ଏବଂ ଜନସାଧାରଣଙ୍କୁ ସିଧାସଳଖ ଲାଭ ପହଞ୍ଚାଇବ।












Click it and Unblock the Notifications