Get Updates
Get notified of breaking news, exclusive insights, and must-see stories!

ଦେଶରେ କାୟା ବିସ୍ତାର କରୁଛି HMPV ଭାଇରସ, ୧୪ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ କାୟା ବିସ୍ତାର କରିବାରେ ଲାଗିଛି ଏଚଏମପିଭି । ଦିନକୁ ଦିନ ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ବର୍ତ୍ତମାନ ଏହି ଭୂତାଣୁରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଁଚିଛି। ଶୁକ୍ରବାର ମହାରାଷ୍ଟ୍ର ନାଗପୁରରେ ଦୁଇ ଶିଶୁଙ୍କ ରିପୋର୍ଟ ପଜେଟିଭ୍ ଆସିଛି । ଏବେ ସୁଦ୍ଧା ମହରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ, ତାମିଲନାଡୁ ଓ ପଶ୍ଚିମବଙ୍ଗରେ ଏଚଏମପିଭି ସଂକ୍ରମିତ ଚିହ୍ନଟ ହୋଇସାରିଲେଣି ।

HMPV virus

ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଅପୂର୍ବ ଚନ୍ଦ୍ରା ଏକ ଉଚ୍ଚସ୍ତରୀୟ ବୈଠକ ଡାକି ପରିସ୍ଥିତିର ସମୀକ୍ଷା କରିଛନ୍ତି । ଦେଶରେ ଏବେ ସୁଦ୍ଧା ଖୁବ କମ୍ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ଶିଶୁ ବା ନାବାଳକ ବୋଲି ଜଣାପଡିଛି । ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ପୂଣ୍ୟ ସଲିଳ ଶ୍ରୀବାସ୍ତବ ଭର୍ଚୁଆଲ ମୋଡ଼ରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସ୍ବାସ୍ଥ୍ୟ ସଚିବ ମାନଙ୍କ ସହ ଏକ ବୈଠକରେ ଏହି ଭାଇରସର ମୁକାବିଲା ନେଇ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଛନ୍ତି । ସେ କହିଛନ୍ତି ଯେ ଯଦିଓ ପରିସ୍ଥିତି ଉଦବେଗଜନକ ନୁହେଁ, କିନ୍ତୁ ସତର୍କା ଅବଲମ୍ବନ ଜରୁରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+