ମାଆ ବିରଜାଙ୍କ ପୀଠରେ ଦୋଳ ଉତ୍ସବ ପାଳିତ; ପୂଜା ହେଲା ନୂଆ ପାଞ୍ଜି
ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଯାଜପୁରର କ୍ଷେତ୍ରଶ୍ୱରୀ ମା' ବିରଜାଙ୍କ ନିକଟରେ ଦୋଳ ଉତ୍ସବ ପାଳନ ହୋଇଛି । ଏହି ଅବସରରେ ମା'ଙ୍କ ନିକଟରେ ଜ୍ୟୋତିଷଙ୍କ ଦ୍ୱାରା ନୂତନ ବିରଜା ପଞ୍ଜିକା ପାଠ କରାଯାଇଛି । ଏହି ପାଞ୍ଜି ପଣା ସଂକ୍ରାନ୍ତି ଠାରୁ କାର୍ଯ୍ୟକାରୀ କରାଯିବ ।
ଭବିଷ୍ୟ ଗଣନା ଅନୁସାରେ କଣ ରହିଛି ଦେଶ ଓ ରାଜ୍ୟର ଭବିଷ୍ୟତ, ରାଜନୈତିକ ପାଣିପାଗ, ଓଡିଶାରେ କିପରି ରହିବ ପ୍ରାକୃତିକ ବିପର୍ଯ୍ୟୟ, ସେ ସଂପର୍କରେ ସୂଚନା ପ୍ରଦାନ କରାଯାଇଛି ।

ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ଦୋଳ ମଣ୍ଡପରେ ମାଙ୍କ ବିଜେ ପ୍ରତିମାକୁ ଅଣାଯାଇ ଦୋଳ ଉତ୍ସବର ପୂଜାର୍ଚନା କରାଯିବ ସହ ଜ୍ୟୋତିଷଙ୍କ ଦ୍ୱାରା ନୂଆ ପାଞ୍ଜି ପାଠ କରାଯାଇଥିଲା ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ ।
କାହିଁକି ପାଳନ ହୁଏ ଏହି ପର୍ବ ?
ଦୋଳ ସହିତ ବିଭିନ୍ନ ପୁରାଣର କାହାଣୀ ସଂଯୁକ୍ତ ହୋଇରହିଛି । ଗୋଟିଏ ପଟେ ରାଧା-କୃଷ୍ଣ ପ୍ରେମ ଗାଥାର ଭବ୍ୟ ଉତ୍ତାଳ ଉତ୍ତରଣ ଓ ଅନ୍ୟ ପକ୍ଷରେ ଅନ୍ୟାନ୍ୟ ପୌରାଣିକ ଆଖ୍ୟାନର ଗୁନ୍ଥନ । ରଙ୍ଗର ରଙ୍ଗୀନ ଖେଳ ଓ ହୋଲିକା ଦହନର ଅଗ୍ନି ଔଜ୍ଜଲ୍ୟ ଏ ଉଭୟ ଦୁଷ୍ଟ ଶକ୍ତି ଉପରେ ଶୁଭଙ୍କର ପ୍ରତୀକର ବିଜୟକୁ ଏହି ପର୍ବ ସହିତ ସମ୍ମିଳିତ କରି ରଖିଛି । ଶ୍ରୀରାଧା - ଶ୍ରୀକୃଷ୍ଣଙ୍କ ପ୍ରେମପ୍ରଣୟର ଲୀଳା, ଦୋଳ ଓ ରଙ୍ଗର ଖେଳ ବ୍ୟତୀତ ଅନ୍ୟଯେଉଁ ସବୁ ଆଖ୍ୟାନ ଉପାଖ୍ୟାନ ଏହି ଦୋଳ-ହୋଲି ଯୁଗ୍ମପର୍ବ ଦିବସ ସହିତ ସଂପୃକ୍ତ । ପୁଣି କେତେକଙ୍କ ମତରେ ପ୍ରବଳ ପରାକ୍ରମୀ ରାକ୍ଷସ ମେର୍ଦ୍ଧାସୁରର ମୃତ୍ୟୁର ଭଗବାନ କାରଣ ହୋଇ ପୃଥିବୀରୁ ପାପର ମାତ୍ରା ହ୍ରାସ କରିଥିବା ଯୋଗୁଁ ଏହିପର୍ବ ଆୟୋଜିତ ହୋଇଥିଲା ।
ଆଜି ସାରା ଦେଶ ପାଳୁଛି ହୋଲି । ଆଜିର ଦିନରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲେ ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମେ । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୁଅନ୍ତି । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହେ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications