ହାଇଦ୍ରାବାଦ ଅଗ୍ନିକାଣ୍ଡ ; ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି
ହାଇଦ୍ରାବାଦ ଅଗ୍ନିକାଣ୍ଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ସଂପର୍କୀୟଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ । ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା ।

ଆଜି ହାଇଦ୍ରାବାଦ ଚାରମୀନାର ନିକଟରେ ଥିବା ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଲୋକମାନେ ନିଆଁରେ ପୋଡି ଗୁରୁତର ହୋଇଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ମେଡିକାଲ ନିଆଯାଇଥିଲା । ମେଡିକାଲରେ ସେମାନଙ୍କର ମୃତ୍ୟୁ ହୋଇଛି । ହେଲେ ଏପର୍ଯ୍ୟନ୍ତ ନିଆଁ ଲାଗିବାର କାରଣ ଜଣାପଡିନାହିଁ । ଅଗ୍ନିଶମ ବିଭାଗର ଜଣେ ଅଧିକାରୀ କହିଛନ୍ତି କି, ସକାଳ ସାଢେ ୬ ଟାରେ ନିଆଁ ଲାଗିଥିବାର ଖବର ସେମାନେ ପାଇଥିଲେ । ଏହି ଘଟଣାକୁ ନେଇ କେନ୍ଦ୍ରମନ୍ତ୍ରୀ ଜି, କିଶନ ରେଡ୍ଡୀ ଦୁଃଖ ପ୍ରକାଶ କରିବା ସହ ମୃତ ଲୋକଙ୍କ ପରିବାରକୁ ସହାୟତା ଯୋଗାଇଦେବାକୁ ଚେଷ୍ଟା କରିବୁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।












Click it and Unblock the Notifications