ଇଗ୍ନୋରେ ନାମଲେଖା ଅବଧି ଆସନ୍ତା ୩୧ ଯାଏ ବଢ଼ିଲା

ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ)ରେ ଜୁଲାଇ-୨୦୨୫ ଶିକ୍ଷା ଅଧିବେଶନ ପାଇଁ ନାମଲେଖା ପ୍ରକ୍ରିୟା ଘୋଷଣା କରାଯାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତିବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ। ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚ ଶିକ୍ଷା ପାଇବାରୁ ବଞ୍ଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ସ୍ନାତକ, ସ୍ନାତକୋତ୍ତର, ସ୍ନାତକୋତ୍ତର ଡିପ୍ଲୋମା ଏବଂ ସାର୍ଟିଫିକେଟ ପାଠ୍ୟକ୍ରମରେ ନାମଲେଖା ଅବଧିକୁ ଆସନ୍ତା ୩୧ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

IGNOU registration period extended till next 31st

ସ୍ନାତକ ପାଠ୍ୟକ୍ରମ, ଯଥା- କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ । ଇଛୁକ ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ www.ignou.ac.in ଏବଂ ଏହି ଲିଙ୍କ http//ignouadmission.samarth.edu.in ଅନୁସରଣ କରିପାରିବେ କିମ୍ବା ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ସହ ଇ-ମେଲ ମାଧ୍ୟମରେ ଯୋଗାଯୋଗ କରିପାରିବେ। ସମସ୍ତ ପ୍ରକାର ସୂଚନା ପାଇଁ ୦୬୭୪-୨୯୭୧୦୭୧ କିମ୍ବା ୦୬୭୪-୨୩୦୧୩୪୮ ଦୂରଭାଷ ନମ୍ବରରେ ଯୋଗାଯୋଗ କରିବା ପାଇଁ ଇଗ୍ନୋ ତରଫରୁ ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ସୁରେଶ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+