ଏହି ସବୁ ଜିଲ୍ଲାରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା!

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ଅଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଜ୍ଞାନୀମାନଙ୍କର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହରେ ରାଜ୍ୟରେ ସମୁଦାୟ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିବ ।

rain in odisha

ରାଜ୍ୟର ଉପକୂଳ, ପଶ୍ଚିମ ଓ ଉତ୍ତର ଭାଗରେ ଅଧିକ ବର୍ଷାର ସମ୍ଭାବନା ରହିଛି । ତେବେ ଚଳିତ ମୌସୁମୀ ଋତୁରେ ଗତ ଜୁନ୍‍ ୧ ତାରିଖରୁ ଆଜି ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ବର୍ଷାଠାରୁ କମ୍‍ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ୮୪୫ ଦଶମିକ ୮ ମିଲିମିଟର ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ ସାରା ରାଜ୍ୟରେ ୭୬୪ ମିଲିମିଟର ବର୍ଷା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+