ପ୍ରଗତି ମଇଦାନ ସ୍ଥିତ ଆର୍ନ୍ତଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧକୁ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ମୋଦୀ ପ୍ରଗତି ମଇଦାନରେ ଥିବା ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଏହି ପ୍ରକଳ୍ପ ପ୍ରାୟ ୨୭୦୦ କୋଟି ଟଙ୍କା ବ୍ୟୟରେ ଜାତୀୟ ପ୍ରକଳ୍ପ ଭାବରେ ବିକଶିତ ହୋଇଛି ।
ପାଖାପାଖି ୧୨୩ ଏକର ପରିମିତ ଏକ ଅଞ୍ଚଳ ସହିତ, ଆଇଇସିସି ସୌଧ ଭାରତର ସର୍ବବୃହତ ଏମଆଇସିଇ (ବୈଠକ, ପ୍ରୋତ୍ସାହନ, ସମ୍ମିଳନୀ ଏବଂ ପ୍ରଦର୍ଶନୀ) ସ୍ଥଳ ଭାବରେ ବିକଶିତ ହୋଇଛି । ଆଇଇସିସି ସୌଧ ବିଶ୍ୱର ଶୀର୍ଷ ପ୍ରଦର୍ଶନୀ ଏବଂ ସମ୍ମିଳନୀ ସୌଧ ମଧ୍ୟରେ ସ୍ଥାନ ପାଇଛି ।

ସମ୍ମିଳନୀ କେନ୍ଦ୍ର ପ୍ରଗତି ମଇଦାନ ସୌଧର କେନ୍ଦ୍ରବିନ୍ଦୁ ଭାବରେ ବିକଶିତ ହୋଇଛି । ଏହା ଏକ ଚମତ୍କାର ବୃହତ ସ୍ଥାପତ୍ୟ, ବୃହତ ଆନ୍ତର୍ଜାତୀୟ ପ୍ରଦର୍ଶନୀ, ବାଣିଜ୍ୟ ମେଳା, ଆଲୋଚନାଚକ୍ର, ସମ୍ମିଳନୀ ଏବଂ ଅନ୍ୟାନ୍ୟ ସମ୍ମାନଜନକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ପରିକଳ୍ପିତ । ଏହାର ମୁକ୍ତାକାଶ ମଞ୍ଚ ୩୦୦୦ ହଜାର ବ୍ୟକ୍ତିଙ୍କ ବସିବା କ୍ଷମତା ସହିତ ସଜ୍ଜିତ ହୋଇଛି ।
ଆଇଇସିସି ବାହାରେ ଥିବା ଅଞ୍ଚଳର ବିକାଶ ମଧ୍ୟ ସୁଚିନ୍ତିତ ଭାବରେ ଡିଜାଇନ୍ ହୋଇଛି ଯାହା ମୁଖ୍ୟ ସୌଧର ସୌନ୍ଦର୍ଯ୍ୟକୁ ପରିପୂର୍ଣ୍ଣ କରେ ଏବଂ ଏହି ପ୍ରକଳ୍ପରେ ହୋଇଥିବା ଯତ୍ନଶୀଳ ଯୋଜନା ଏବଂ ବିକାଶର ସାକ୍ଷୀ ।
ସମ୍ମିଳନୀ କେନ୍ଦ୍ରରେ ଉପଲବ୍ଧ ଅନ୍ୟାନ୍ୟ ସୁବିଧା ମଧ୍ୟରେ ୫ଜି- ସଂଯୁକ୍ତ ସମ୍ପୂର୍ଣ୍ଣ ୱାଇ-ଫାଇ କ୍ୟାମ୍ପସ୍, ୧୦ଜି ଇଣ୍ଟରନେଟ୍ ସଂଯୋଗ, ୧୬ଟି ବିଭିନ୍ନ ଭାଷାକୁ ସମର୍ଥନ କରିବା ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଲବ୍ଧ।
ପ୍ରଗତି ମଇଦାନରେ ନୂତନ ଆଇଇସିସି ସୌଧର ବିକାଶ ଭାରତକୁ ବିଶ୍ୱ ବ୍ୟବସାୟ ସ୍ଥଳ ଭାବରେ ଆଗକୁ ନେବାରେ ସହାୟକ ହେବ । ଏହା ବାଣିଜ୍ୟ ଏବଂ ବ୍ୟବସାୟକୁ ବୃଦ୍ଧି କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ, ଯାହା ଆର୍ଥିକ ଅଭିବୃଦ୍ଧି ଏବଂ ନିଯୁକ୍ତି ସୃଷ୍ଟି କରିବ ।












Click it and Unblock the Notifications