ସ୍ୱାଧୀନତା ଦିବସ: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରୁଛନ୍ତି ।
ନୂଆଦିଲ୍ଲୀ: ଦେଶ ପାଳନ କରୁଛି ୭୬ ତମ ସ୍ୱାଧୀନତା ଦିବସ। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉତ୍ସବକୁ ଆଜାଦୀ କା ଅମୃତ ମହୋତ୍ସବ ଭାବେ ପାଳନ କରୁଛି । ଏଥିସହ ସାରା ଦେଶରେ ଜାରି ରହିଛି ହର ଘର ତ୍ରିରଙ୍ଗା ଅଭିଯାନ।

ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ଦେଶର ବହୁ ମାନ୍ୟଗନ୍ୟ ବ୍ୟକ୍ତି ମଧ୍ୟ ସାମିଲ ହୋଇଛନ୍ତି । ଏଥିପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ସ୍ୱାଧୀନତା ଦିବସକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ପାଳନ ହେବ। ତେବେ ଏଥର ବି ପରେଡ୍ ହେବନି।
ସାଧାରଣ ଦର୍ଶକଙ୍କ ଗହଳିକୁ ବି ବାରଣ କରାଯାଇଛି। କରୋନା ସ୍ଥିତିକୁ ଦୃଟିରେ ରଖି ଗତବର୍ଷ ଭଳି ଏଥର ମଧ୍ୟ ନିରାଡମ୍ବର ଭାବେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ନିଷ୍ପତ୍ତି ଓଡ଼ିଶା ସରକାର ନେଇଛନ୍ତି। କେବଳ ଯାହା OSAP, ODRAF, BSF, SS ବାଟାଲିଅନ ଏବଂ ପୋଲିସ ଟିମ୍ ଦ୍ୱାରା ପରେଡ୍ କରାଯିବ।












Click it and Unblock the Notifications