ଅଶାନ୍ତ ନେପାଳ: ସୀମାରେ ହାଇ ଆଲର୍ଟ
ସୋମବାର ଆରମ୍ଭ ହୋଇଥିବା ଜେନ୍-ଜି ବିପ୍ଲବ ଦ୍ବିତୀୟ ଦିନ ମଧ୍ୟ ଜାରି ରହିଛି। ସରକାର ସୋସିଆଲ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇସାରିଥିଲେ ବି କାଠମାଣ୍ଡୁର ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ସରକାରଙ୍କ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ବିରୋଧରେ ଆରମ୍ଭ ହୋଇଥିବା ହିଂସାତ୍ମକ ପ୍ରତିବାଦ ତୀବ୍ର ହେବା ପରେ ମଙ୍ଗଳବାର ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେଇଛନ୍ତି। ନେପାଳରେ ଚାଲିଥିବା ଭୟଙ୍କର ବିକ୍ଷୋଭ ପରେ ଅଶାନ୍ତ ନେପାଳ ପାଇଁ ଓ କାଠମାଣ୍ଡୁ ସାରା ହିଂସା ଲାଗି ରହିଥିବାରୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଉଡାଣ ବନ୍ଦ କରାଯାଇଛି ।

ଭାରତରୁ ନେପାଳ ଯାଉଥିବା ୨ଟି ବିମାନ ମଧ୍ୟ ଅଧାରୁ ଫେରି ଆସିଛି । ଦିଲ୍ଲୀ ଓ ମୁମ୍ବାଇରୁ କାଠମାଣ୍ଡୁ ଯାଉଥିବା ୨ଟି ଇଣ୍ଡିଗୋ ବିମାନ ଫେରି ଆସିଛି । ତ୍ରିଭୁବନ ବିମାନବନ୍ଦରରେ ଅବତରଣ ଅନୁମତି ନମିଳିବାରୁ ବିମାନ ଫେରିଆସିଛି । ଏହାସହ ଦିଲ୍ଲୀରୁ କାଠମାଣ୍ଡୁ ଯିବାକୁ ଥିବା ଏୟାର ଇଣ୍ଡିଆର ୩ଟି ବିମାନ ଉଡାଣ ମଧ୍ୟ ବାତିଲ ହୋଇଛି । ସୁରକ୍ଷା ଦୃଷ୍ଟିରୁ ଟିଆଇଏରୁ ସମସ୍ତ ବିମାନର ଉଡାଣ ବାତିଲ କରାଯାଇଛି । ଭାରତ-ନେପାଳ ସୀମାରେ ହାଇ ଆଲର୍ଟ । ପ୍ରବଳ ବିକ୍ଷୋଭ ଓ ହିଂସାକାଣ୍ଡ ପରେ ଦାର୍ଜିଲିଂକୁ ଲାଗିଥିବା ସୀମାନ୍ତରେ ସେନାକୁ ଆଲର୍ଟ ରଖାଯାଇଛି । ତୀକ୍ଷଣ୍ ନଜର ରଖାଯାଇଛି ବୋଲି କହିଛନ୍ତି ସ୍ଥାନୀୟ ଏସ୍ପି ପ୍ରବୀଣ ପ୍ରକାଶ ।












Click it and Unblock the Notifications