ସ୍ଥିର ରହୁଛି କରୋନା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ 2124 ରୋଗୀ ଚିହ୍ନଟ
ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2124 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 17 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ଦୁଇ ହଜାରରୁ ଅଧିକ ରହୁଥିବା ବେଳେ ଏହା ସ୍ଥିର ରହୁଛି । ଆଜି ଏହା ପୁଣି 2 ହଜାର ପରେ ରହିଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ଏବେବି ଚିନ୍ତାର କାରଣ ପାଲଟିଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2124 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 17 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 1977 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 14 ହଜାର 971 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 42 ହଜାର 192 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 2 ହଜାର 714 ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 24 ହଜାର 507 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 192 କୋଟି 67 ଲକ୍ଷ 44 ହଜାର 769 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 13 ଲକ୍ଷ 27 ହଜାର 544 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications