କରୋନା ଅପଡେଟ୍ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 3714 ରୋଗୀ, 7 ଜଣଙ୍କର ପ୍ରାଣହାନି
ସାରା ଦେଶରେ ମୋଟ 3714 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 7 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2513 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ ଦୁଇ ଦିନ ହେବ କରୋନା ଦୈନିକ ମାମଲା 4 ହଜାର ପରେ ରହିଥିବା ବେଳେ ଗତକାଲି ଏଥିରେ ହ୍ରାସ ହୋଇଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ସାମାନ୍ୟ ହ୍ରାସ ହୋଇଛି ।
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 3714 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 7 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2513 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 26 ହଜାର 976 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 85 ହଜାର 049 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 33 ହଜାର 365 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 708 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।
କରୋନା ମହାମାରୀ ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ସାରା ଦେଶରେ ଏଯାବତ୍ ମୋଟ 194 କୋଟି 27 ଲକ୍ଷ 16 ହଜାର 543 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 13 ଲକ୍ଷ 96 ହଜାର 169 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications