ଚାରି ହଜାରରୁ ସାମାନ୍ୟ କମ୍ ରହିଛି କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 3962 ରୋଗୀ

ସାରା ଦେଶରେ ମୋଟ 3962 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 26 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2697 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ମାମଲା ତିନି ହଜାର ପରେ ରହୁଛି । ଗତକାଲି ସାମାନ୍ୟ ହ୍ରାସ ହୋଇଥିବା ବେଳେ ଆଜି ଏଥିରେ ପୁଣି ବୃଦ୍ଧି ହୋଇଛି । ଏଥି ସହିତ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଆଖିଦୃଶିଆ ବୃଦ୍ଧି ହୋଇଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 3962 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 26 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2697 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 22 ହଜାର 416 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।

CoronaVirus

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 72 ହଜାର 547 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 25 ହଜାର 454 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 677 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

କରୋନା ମହାମାରୀ ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ସାରା ଦେଶରେ ଏଯାବତ୍ ମୋଟ 193 କୋଟି 83 ଲକ୍ଷ 72 ହଜାର 365 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 12 ଲକ୍ଷ 05 ହଜାର 840 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+