ପୁଣି ବଢିଲା କରୋନା ଦୈନିକ ସଂକ୍ରମଣ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 4518 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 4518 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 9 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ମାମଲା ତିନି ହଜାର ପରେ ରହୁଥିବା ବେଳେ ଦୁଇ ଦିନ ହେବ ଏଥିରେ ଅହେତୁକ ବୃଦ୍ଧି ହୋଇଛି । ଗତକାଲି କରୋନା ଦୈନିକ ସକ୍ରମଣ ମାମଲା ପୁଣି 4 ହଜାର ପରେ ରହିଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ସାମାନ୍ୟ ହ୍ରାସ ହୋଇଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 4518 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 9 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 2779 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 25 ହଜାର 782 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 81 ହଜାର 335 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 30 ହଜାର 852 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 701 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।
କରୋନା ମହାମାରୀ ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ସାରା ଦେଶରେ ଏଯାବତ୍ ମୋଟ 194 କୋଟି 12 ଲକ୍ଷ 87 ହଜାର ଡୋଜ୍ ଟିକା ଦିଆଯାଇଛି ।
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications