କରୋନା ଅପଡେଟ୍ : ଗତ 24 ଘଣ୍ଟାରେ ଦୈନିକ ମାମଲାରେ 46 ପ୍ରତିଶତ ବୃଦ୍ଧି, ଚିହ୍ନଟ ହେଲେ 5233 ରୋଗୀ

ସାରା ଦେଶରେ ମୋଟ 5233 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 7 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 3345 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ସାରା ଦେଶରେ ଗତ ଦୁଇ ଦିନ ହେବ କରୋନା ଦୈନିକ ମାମଲା 4 ହଜାର ପରେ ରହିଥିବା ବେଳେ ଗତକାଲି ଏଥିରେ ଆଖିଦୃଶିଆ ବୃଦ୍ଧି ହୋଇଛି । ଗତକାଲି ଦୈନିକ କରୋନା ସଂକ୍ରମଣ ମାମଲାରେ 46 ପ୍ରତିଶତ ବୃଦ୍ଧି ହୋଇଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଗତକାଲି ସାମାନ୍ୟ ହ୍ରାସ ହୋଇଛି ।

CoronaVirus

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 5233 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଏହି ସମୟରେ 7 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 3345 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 28 ହଜାର 857 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 31 ଲକ୍ଷ 90 ହଜାର 282 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 26 ଲକ୍ଷ 36 ହଜାର 710 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି 5 ଲକ୍ଷ 24 ହଜାର 715 ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

କରୋନା ମହାମାରୀ ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ସାରା ଦେଶରେ ଏଯାବତ୍ ମୋଟ 194 କୋଟି 43 ଲକ୍ଷ 26 ହଜାର 416 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 16 ଲକ୍ଷ 9 ହଜାର 987 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+