ଅଣାୟତ ହେଉଛି କରୋନା ସଂକ୍ରମଣ : ଗତ 24 ଘଣ୍ଟାରେ 1,17,100 ନୂଆ ରୋଗୀ ଚିହ୍ନଟ, 302 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 1 ଲକ୍ଷ 17 ହଜାର 100 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 302 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏତିସହିତ ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା 3007 କୁ ବୃଦ୍ଧି ପାଇଛି ।

ନୂଆଦିଲ୍ଲୀ : ପୁଣି ତୀବ୍ର ହେବାରେ ଲାଗିଛି କରୋନା ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମଣରେ ପୁଣି ବୃଦ୍ଧି ହୋଇଛି । ଏଥିସହିତ କରୋନାଜନିତ ମୃତ୍ୟୁ ମଧ୍ୟ ବଢିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।

ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 1 ଲକ୍ଷ 17 ହଜାର 100 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 302 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏତିସହିତ ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା 3007 କୁ ବୃଦ୍ଧି ପାଇଛି । ଓମିକ୍ରନ୍ ସଂକ୍ରମିତଙ୍କ ମଧ୍ୟରୁ 1199 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 30 ହଜାର 836 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 3 ଲକ୍ଷ 71 ହଜାର 363 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 52 ଲକ୍ଷ 26 ହଜାର 386 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 43 ଲକ୍ଷ 71 ହଜାର 845 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 83 ହଜାର 178 ହୋଇଛି ।

ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 149 କୋଟି 66 ଲକ୍ଷ 81 ହଜାର 156 ଡୋଜ୍ ଟିକା ଦିଆଯାଇଛି । ଗତ 24 ଘଣ୍ଟାରେ 94 ଲକ୍ଷ 47 ହଜାର 56 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+