ଚିନ୍ତା ବଢାଉଛି କରୋନା ଦୈନିକ ସଂକ୍ରମଣ, ଗତ 24 ଘଣ୍ଟାରେ 1,94,720 ରୋଗୀ ଚିହ୍ନଟ, 442 ଜଣଙ୍କର ପ୍ରାଣହାନି

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 1 ଲକ୍ଷ 94 ହଜାର 720 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 442 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା । ଦୈନିକ ସଂକ୍ରମଣରେ ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହା ବ୍ୟତୀତ ସକ୍ରିୟ ମାମଲା ମଧ୍ୟ ଅହେତୁକ ଭାବେ ବୃଦ୍ଧି ପାଉଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।

CoronaVirus

ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 1 ଲକ୍ଷ 94 ହଜାର 720 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 442 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥିସହ ଦେଶରେ ଏପର୍ଯ୍ୟନ୍ତ ମୋଟ୍ 4868 ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ 1805 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 60 ହଜାର 405 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 9 ଲକ୍ଷ 55 ହଜାର 319 ଜଣ ସକ୍ରିୟ ରୋଗୀ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+