କମିଲା କରୋନାଜନିତ ମୃତ୍ୟୁ ସଂଖ୍ୟା, ଗତ 24 ଘଣ୍ଟାରେ 1007 ରୋଗୀ ଚିହ୍ନଟ

ଗତ 24 ଘଣ୍ଟାରେ ମୋଟ 1007 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେବଳ ଜଣକର କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 818 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ସାରା ଦେଶରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଆଖିଦୃଶିଆ ହ୍ରାସ ହୋଇଛି । ଏଥିସହିତ ଦୈନିକ କରୋନା ସଂକ୍ରମଣରେ ମଧ୍ୟ ହ୍ରାସ ହୋଇଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା 1088 ଥିବା ବେଳେ ଆଜି ଏହା 1007 କୁ ଖସିଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 1007 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେବଳ ଜଣକର କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 818 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 11 ହଜାର 058 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 39 ହଜାର 023 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 6 ହଜାର 228 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 21 ହଜାର 737 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 186 କୋଟି 7 ଲକ୍ଷ 6 ହଜାର 499 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 15 ଲକ୍ଷ 5 ହଜାର 332 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+