For Quick Alerts
Turn On Notification  
For Daily Alerts
Oneindia App Download

କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 10197 ନୂଆ ସଂକ୍ରମିତ ଚିହ୍ନଟ, 301 ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 10 ହଜାର 197 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 301 ଜଣ ରୋଗୀଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

|

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ହ୍ରାସ ହେଉଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 10 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 10 ହଜାର 197 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 301 ଜଣ ରୋଗୀଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 12 ହଜାର 134 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 28 ହଜାର 555 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 44 ଲକ୍ଷ 66 ହଜାର 598 ରେ ପହଞ୍ଚିଛି । ଏଥିସହିତ ମୋଟ 3 କୋଟି 38 ଲକ୍ଷ 78 ହଜାର 890 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 64 ହଜାର 153 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକକରଣ ଅଭିଯାନରେ ଆଜି ସୁଦ୍ଧା 113 କୋଟି 68 ଲକ୍ଷ 79 ହଜାର 685 ଡୋଜ୍ ଟିକା ଦିଆ ସରିଛି । ଗତ 24 ଘଣ୍ଟାରେ ମୋଟ 67 ଲକ୍ଷ 82 ହଜାର 42 ଡୋଜ୍ ଟିକା ଦିଆଯାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
India Reports 10197 new corona Positive cases in last 24 hours, 301 deceased
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X