କରୋନା ଅପଡେଟ୍ : ଗତ 24 ଘଣ୍ଟା ମଧ୍ୟରେ 10302 ରୋଗୀ ଚିହ୍ନଟ, 267 ଜଣଙ୍କର ମୃତ୍ୟୁ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 10 ହଜାର 302 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟାରେ 267 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 10 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 10 ହଜାର 302 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ 24 ଘଣ୍ଟାରେ 267 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 11 ହଜାର 787 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 24 ହଜାର 868 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 44 ଲକ୍ଷ 99 ହଜାର 925 ରେ ପହଞ୍ଚିଛି । ଏଥିସହିତ ମୋଟ 3 କୋଟି 39 ଲକ୍ଷ 9 ହଜାର 708 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 65 ହଜାର 349 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ଏଥିସହିତ ଦେଶରେ ଚାଲିଥିବା ଟୀକାକଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 115 କୋଟି 79 ଲକ୍ଷ 69 ହଜାର 274 ଡୋଜ୍ ଟିକା ଦିଆଯାଇଛି । ଏହା ମଧ୍ୟରୁ ଗତ 24 ଘଣ୍ଟାରେ 51 ଲକ୍ଷ 59 ହଜାର 931 ଡୋଜ୍ ଟୀକାକରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+