କମୁଛି ଦୈନିକ ସଂକ୍ରମଣ, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1033 ରୋଗୀ, 43 ଜଣଙ୍କର ପ୍ରାଣହାନି

ଗତ 24 ଘଣ୍ଟାରେ ମୋଟ 1033 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 43 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1222 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ ଦୈନିକ କରୋନା ମାମଲାରେ ହ୍ରାସ ହେବାରେ ଲାଗିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଆଖିଦୃଶିଆ ହ୍ରାସ ହୋଇଛି । କିନ୍ତୁ ଗତ 24 ଘଣ୍ଟାରେ ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 1033 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 43 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1222 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 11 ହଜାର 639 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 31 ହଜାର 958 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 24 ଲକ୍ଷ 98 ହଜାର 789 ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 21 ହଜାର 530 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 185 କୋଟି 20 ଲକ୍ଷ 72 ହଜାର 469 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 15 ଲକ୍ଷ 37 ହଜାର 314 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+