କମିଲା ଦୈନିକ ସଂକ୍ରମଣ : ଗତ 24 ଘଣ୍ଚାରେ 10423 ନୂଆ ରୋଗୀ ଚିହ୍ନଟ, 15,021 ଜଣ ହେଲେ ସୁସ୍ଥ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 10 ହଜାର 423 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 443 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଆଖିଦୃଶିଆ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 10 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 10 ହଜାର 423 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 443 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 15 ହଜାର 21 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 53 ହଜାର 776 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 42 ଲକ୍ଷ 96 ହଜାର 237ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 58 ହଜାର 880 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 36 ଲକ୍ଷ 83 ହଜାର 581 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
ଅପରପକ୍ଷରେ ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 106 କୋଟି 85 ଲକ୍ଷ 71 ହଜାର 879 ଡୋଜ୍ ଟୀକାକରଣ ହୋଇସାରିଛି । ଏଥିମଧ୍ୟରୁ ଗତ 24 ଘଣ୍ଟାରେ 59 ଲକ୍ଷ 39 ହଜାର 444 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications