ଦିନକ ପରେ ପୁଣି ବଢିଲା କରୋନା ମାମଲା, 10 ହଜାର ପରେ ରହିଛି ଦୈନିକ ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ଅହେତୁକ ବୃଦ୍ଧି ପରେ ଗତକାଲି ସାମାନ୍ୟ ହ୍ରାସ ହୋଇଥିଲା । କିନ୍ତୁ ଦିନକ ପରେ ପୁଣି ଏଥିରେ ବୃଦ୍ଧି ପରିଲକ୍ଷିତ ହୋଇଛି । ଗତ 24 ଘଣ୍ଟାରେ ଦୈନିକ ମାମଲା ପୁଣଇ 10 ହଜାର ପାର୍ କରିଛି । ଏପରିକି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଅହେତୁକ ବୃଦ୍ଧି ହୋଇଛି ।

corona virus

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 10 ହଜାର 531 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 8175 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 63 ହଜାର 562 ରେ ପହଞ୍ଚିଛି । ଏହି ସମୟରେ 27 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 48 ଲକ୍ଷ 45 ହଜାର 401 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 42 ଲକ୍ଷ 50 ହଜାର 649 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 190 ରୋଗୀ ପ୍ରାଣ ହରାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+