ଲଗାତାର ଦୁଇ ଦିନ 10 ହଜାର ପରେ କରୋନା ମାମଲା, ଗତ 24 ଘଣ୍ଟାରେ 10725 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 10 ହଜାର 725 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 13 ହଜାର 084 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ ଗତ ଦୁଇ ଦିନ ଧରି ଦୈନିକ କରୋନା ମାମଲା 10 ହଜାର ପରେ ରହିଛି । ଏଥିସହିତ ସକ୍ରିୟ ମାମଲା ମଧ୍ୟ 94 ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 10 ହଜାର 725 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 13 ହଜାର 084 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 94 ହଜାର 047 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 36 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 43 ଲକ୍ଷ 78 ହଜାର 920 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 37 ଲକ୍ଷ 57 ହଜାର 385 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 488 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 210 କୋଟି 82 ଲକ୍ଷ 34 ହଜାର 347 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 23 ଲକ୍ଷ 50 ହଜାର 665 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications