ସାମାନ୍ୟ କମିଲା କରୋନା ମାମଲା, ଗତ 24 ଗଣ୍ଟାରେ ଚିହ୍ନଟ ହେଲେ 1080 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1080 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 580 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲାରେ ବୃଦ୍ଧି ପରେ ଗତକାଲି ସାମାନ୍ୟ ହ୍ରାସ ହୋଇଛି । କିନ୍ତୁ ମାସ ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ପରେ ରହି ଆସୁଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ସ୍ଥିର ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1080 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 580 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 15 ହଜାର 200 କରୋନା ସକ୍ରିୟ ରୋଗୀ ଅଛନ୍ତି । ସେହିପରି ଗତକାଲି କରୋନା କାରଣରୁ 5 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 59 ହଜାର 447 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 13 ହଜାର 761 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 486 ହୋଇଛି ।
କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 71 ଲକ୍ଷ 46 ହଜାର 012 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 1 ଲକ୍ଷ 67 ହଜାର 659 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications