କମୁଛି ଦୈନିକ ସଂକ୍ରମଣ, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1086 ରୋଗୀ, 71 ଜଣଙ୍କର ପ୍ରାଣହାନି
ଦେଶରେ ଗତ 24 ଘଣ୍ଟାରେ ମୋଟ 1086 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 71 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1198 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ ଦୈନିକ କରୋନା ମାମଲାରେ ହ୍ରାସ ହେବାରେ ଲାଗିଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ଆଖିଦୃଶିଆ ହ୍ରାସ ହୋଇଛି । କିନ୍ତୁ ଗତ 24 ଘଣ୍ଟାରେ ଏହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 1086 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 71 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1198 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 11 ହଜାର 871 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 30 ହଜାର 925 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 24 ଲକ୍ଷ 97 ହଜାର 567 ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 21 ହଜାର 487 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 185 କୋଟି 4 ଲକ୍ଷ 11 ହଜାର 569 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 15 ଲକ୍ଷ 49 ହଜାର 699 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications