ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1088 ରୋଗୀ, 26 ଜଣଙ୍କର ପ୍ରାଣହାନୀ

ଗତ 24 ଘଣ୍ଟାରେ ମୋଟ 1088 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 26 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1081 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ ଦୈନିକ କରୋନା ମାମଲାରେ ହ୍ରାସ ହେବାରେ ଲାଗିଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା 796 ଥିବା ବେଳେ ଆଜି ଏହା ପୁଣି ହଜାରେ ଅତିକ୍ରମ କରିଛି । ଏଥିସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ବୃଦ୍ଧି ହୋଇଛି ।

କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 1088 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 26 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥି ସହି ଏହି ସମୟରେ ମୋଟ 1081 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

CoronaVirus

ବର୍ତ୍ତମାନ ଦେଶରେ ମୋଟ 10 ହଜାର 870 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 38 ହଜାର 016 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 5 ହଜାର 410 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 21 ହଜାର 736 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 185 କୋଟି 7 ଲକ୍ଷ 6 ହଜାର 499 ଡୋଜ୍ ଟିକା ଦିଆଯାଇଛି । ଏଥି ମଧ୍ୟରୁ ଗତକାଲି 15 ଲକ୍ଷ 5 ହଜାର 332 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+