Corona Update: ସାଂଘାତିକ ହେଉଛି ସ୍ଥିତି, 11 ହଜାର ପାର୍ ଦୈନିକ ମାମଲା

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ସାରା ଦେଶରେ କରୋନା ଦୈନିକ ସଂକ୍ରମଣ ବୃଦ୍ଧି ହେବାରେ ଲାଗିଛି । ଏହା ସହିତ ସକ୍ରିୟ ମାମଲା ମଧ୍ୟ ବଢିବାରେ ଲାଗିଛି । ଏପରିକି ବର୍ତ୍ତମାନ ଦୈନିକ ମାମଲା 11 ହଜାର୍ ପାର କରିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି ।

corona virus

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 11 ହଜାର 100 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 6456 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 49 ହଜାର 622 ରେ ପହଞ୍ଚିଛି । ଏହି ସମୟରେ 20 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 47 ଲକ୍ଷ 97 ହଜାର 269 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 42 ଲକ୍ଷ 16 ହଜାର 583 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 064 ରୋଗୀ ପ୍ରାଣ ହରାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+