କମୁନି ସଂକ୍ରମଣ : ଗତ 24 ଘଣ୍ଟାରେ ,68,063 ରୋଗୀ ଚିହ୍ନଟ, 8 ଲକ୍ଷ ପାର୍ ହେଲା ସକ୍ରିୟ ରୋଗୀଙ୍କ ସଂଖ୍ୟା
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 1 ଲକ୍ଷ 68 ହଜାର 063 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 277 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : କମୁନି କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା । ଦୈନିକ ସଂକ୍ରମଣରେ ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏହା ବ୍ୟତୀତ ସକ୍ରିୟ ମାମଲା ମଧ୍ୟ ଅହେତୁକ ଭାବେ ବୃଦ୍ଧି ପାଉଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।

ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 1 ଲକ୍ଷ 68 ହଜାର 063 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 277 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 69 ହଜାର 959 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 8 ଲକ୍ଷ 21 ହଜାର 446 ଜଣ ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 58 ଲକ୍ଷ 75 ହଜାର 790 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 45 ଲକ୍ଷ 70 ହଜାର 131 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 84 ହଜାର 213 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 152 କୋଟି 89 ଲକ୍ଷ 70 ହଜାର 294 ଡୋଜ୍ ଟିକା ଦିଆଯାଇଛି । ଏଥିରୁ ଗତକାଲି 92 ଲକ୍ଷ 7 ହଜାର 700 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications