କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 11106 ନୂଆ ସଂକ୍ରମିତ ଚିହ୍ନଟ, 459 ମୃତ
ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 11 ହଜାର 106 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଚିନ୍ତା ବଢାଇଛି ଦୈନିକ କରୋନାଜନିତ ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟାରେ 459 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ପୁଣି ବୃଦ୍ଧି ହେଉଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 11 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 11 ହଜାର 106 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

ଅପରପକ୍ଷରେ ଚିନ୍ତା ବଢାଇଛି ଦୈନିକ କରୋନାଜନିତ ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟାରେ 459 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 12 ହଜାର 789 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 26 ହଜାର 620 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 44 ଲକ୍ଷ 89 ହଜାର 623 ରେ ପହଞ୍ଚିଛି । ଏଥିସହିତ ମୋଟ 3 କୋଟି 38 ଲକ୍ଷ 97 ହଜାର 922 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 65 ହଜାର 82 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।












Click it and Unblock the Notifications