ପୁଣି ବଢିଲା କରୋନା ମାମଲା, ଗତ 24 ଘଣ୍ଟାରେ 1112 ଆକ୍ରାନ୍ତ ଚିହ୍ନଟ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1112 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 892 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ମାମଲାରେ ଗତ ତିନି ଦିନ ଧରି ହ୍ରାସ ପରିଲକ୍ଷିତ ହେବା ପରେ ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହୋଇଛି । ଗତକାଲି ମାମଲା ପୁଣି ଏକ ହଜାର ଅତିକ୍ରମ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1112 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 892 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 20 ହଜାର 821 କରୋନା ସକ୍ରିୟ ରୋଗୀ ଅଛନ୍ତି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 46 ହଜାର 880 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 40 ଲକ୍ଷ 97 ହଜାର 072 ରେ ପହଞ୍ଚିଛି ।












Click it and Unblock the Notifications