12 ହଜାର ତଳକୁ ଖସିଲା କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ 11,499 ରୋଗୀ ଚିହ୍ନଟ, 255 ଜଣଙ୍କର ପ୍ରାଣହାନି
ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 11 ହଜାର 499 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 255 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : କିଛି ଦିନ ଧରି କରୋନା ଦୈନିକ ସଂକ୍ରମଣରେ ଦ୍ରୁତ ବୃଦ୍ଧି ପରେ ବର୍ତ୍ତମାନ ଏହି ମାମଲାରେ ଆଖିଦୃଶିଆ ହ୍ରାସ ପରିଲକ୍ଷିତ ହୋଇଛି । କରୋନା ଦୈନିକ ମାମଲା ହ୍ରାସ ପାଇ ବର୍ତ୍ତମାନ 12 ହଜାର ତଳେ ରହିଛି । ଏଥିସହିତ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହୋଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 11 ହଜାର 499 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ଏହି ସମୟରେ କରୋନା କାରଣରୁ 255 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।

ଅପରପକ୍ଷରେ ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ମଧ୍ୟରୁ 23 ହଜାର 598 ଜଣ ସୁସ୍ଥ ହୋଇଛନ୍ତି । ନୂଆ ସୁସ୍ଥଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 22 ଲକ୍ଷ 70 ହଜାର 482 ରେ ପହଞ୍ଚିଛି । ସେହିପରି ମୃତକଙ୍କ ସଂଖ୍ୟା 5 ଲକ୍ଷ 13 ହଜାର 481 କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ 1 ଲକ୍ଷ 21 ହଜାର 881 ସକ୍ରିୟ ରୋଗୀ ଅଛନ୍ତି । ଏଥିସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 29 ଲକ୍ଷ 05 ହଜାର 844 ହୋଇଛି ।
ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ସନ୍ଧ୍ୟା ସୁଦ୍ଧା ମୋଟ 177 କୋଟି 17 ଲକ୍ଷ 68 ହଜାର 379 ଡୋଜ୍ ଟିକା ଦିଆଯାଇଛି । ଗତକାଲି ଏଥିମଧ୍ୟରୁ 28 ଲକ୍ଷ 29 ହଜାର 582 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications