ସାମାନ୍ୟ କମିଲା ଦୈନିକ କରୋନା ସଂକ୍ରମଣ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 11793 ରୋଗୀ, 27 ଜଣଙ୍କର ପ୍ରାଣହାନୀ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 11 ହଜାର 793 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 9 ହଜାର 486 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ବୃଦ୍ଧି ପରିଲକ୍ଷିତ ହେବା ପରେ ଗତକାଲି ଏଥିରେ ହ୍ରାସ ହୋଇଛି । ଗତକାଲି ଏହା 17 ହଜାର ପରେ ଥିବା ବେଳେ ଏହା ଗତକାଲି 11 ହଜାରକୁ ଖସି ଆସିଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟ ଚିନ୍ତା ବଢାଇବାରେ ଲାଗିଛି । ଏପରିକି ସକ୍ରିୟ ମାମଲା 96 ହଜାର ପରେ ରହିଛି ।

CoronaVirus

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 11 ହଜାର 793 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 9 ହଜାର 486 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 96 ହଜାର 700 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 27 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 34 ଲକ୍ଷ 18 ହଜାର 839 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 27 ଲକ୍ଷ 97 ହଜାର 092 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 047 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 197 କୋଟି 31 ଲକ୍ଷ 43 ହଜାର 196 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 19 ଲକ୍ଷ 21 ହଜାର 811 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+