କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 11919 ନୂଆ ସଂକ୍ରମିତ ଚିହ୍ନଟ, 470 ମୃତ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 11 ହଜାର 919 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଅପରପକ୍ଷରେ ଚିନ୍ତା ବଢାଇଛି ଦୈନିକ କରୋନାଜନିତ ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟାରେ 470 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ପୁଣି ବୃଦ୍ଧି ହେଉଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 12 ହଜାରରୁ ସାମାନ୍ୟ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 11 ହଜାର 919 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

ଅପରପକ୍ଷରେ ଚିନ୍ତା ବଢାଇଛି ଦୈନିକ କରୋନାଜନିତ ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟାରେ 470 ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି ।
ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 11 ହଜାର 242 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 28 ହଜାର 762 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 44 ଲକ୍ଷ 78 ହଜାର 517 ରେ ପହଞ୍ଚିଛି । ଏଥିସହିତ ମୋଟ 3 କୋଟି 38 ଲକ୍ଷ 85 ହଜାର 132 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି । ଅପରପକ୍ଷରେ ଦେଶରେ ଏପର୍ଯ୍ୟନ୍ତ ମୋଟ 4 ଲକ୍ଷ 64 ହଜାର 623 ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକକରଣ ଅଭିଯାନରେ ଆଜି ସୁଦ୍ଧା 114 କୋଟି 46 ଲକ୍ଷ 32 ହଜାର 851 ଡୋଜ୍ ଟିକା ଦିଆ ସରିଛି । ଗତ 24 ଘଣ୍ଟାରେ ମୋଟ 73 ଲକ୍ଷ 44 ହଜାର 739 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications