ସ୍ଥିର ରହିଛି କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 1201 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1201 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 591 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ କରୋନା ଦୈନିକ ମାମଲା ସ୍ଥିର ରହିଛି । ମାସ ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାର ପରେ ରହି ଆସୁଛି । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ସ୍ଥିର ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 1201 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 1 ହଜାର 591 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 15 ହଜାର 705 କରୋନା ସକ୍ରିୟ ରୋଗୀ ଅଛନ୍ତି । ସେହିପରି ଗତକାଲି କରୋନା କାରଣରୁ 3 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।

corona virus

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 4 କୋଟି 46 ଲକ୍ଷ 58 ହଜାର 365 କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ମୋଟ ସୁସ୍ଥଙ୍କ ସଂଖ୍ୟା 4 କୋଟି 41 ଲକ୍ଷ 12 ହଜାର 181 ରେ ପହଞ୍ଚିଛି । ଏପରିକି ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା 5 ଲକ୍ଷ 30 ହଜାର 479 ହୋଇଛି ।

କରୋନା ବିରୋଧରେ ସାରା ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 219 କୋଟି 69 ଲକ୍ଷ 78 ହଜାର 353 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 1 ଲକ୍ଷ 97 ହଜାର 659 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+