ଆଣାୟତ କରୋନା ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 12,213 ଆକ୍ରାନ୍ତ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 12 ହଜାର 213 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 7624 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ଅହେତୁକ ବୃଦ୍ଧି ପରିଲକ୍ଷିତ ହେଉଛି । ଗତ କିଛି ଦିନ ହେବ କରୋନାର ଦୈନିକ ସଂକ୍ରମଣ 7 ହଜାର ରହୁଥଇବା ବେଳେ ଗତକାଲି ଏହା 12 ହଜାର ଅତିକ୍ରମ କରିଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 12 ହଜାର 213 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 7624 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 58 ହଜାର 215 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି ।
ଗତ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 26 ଲକ୍ଷ 74 ହଜାର 712 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି ।
ଏହା ବ୍ୟତୀତ କରୋନା ଭାଇରସ ବିରୋଧରେ ଚାଲିଥିବା ଟିକାକରଣ ଅଭିଯାନରେ ଦେଶରେ ଏଯାବଚ୍ ମୋଟ୍ 195 କୋଟି 67 ଲକ୍ଷ 37 ହଜାର 014 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟାରେ 15 ଲକ୍ଷ 21 ହଜାର 942 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications