କମିଲା ଦୈନିକ ସଂକ୍ରମଣ : ଗତ 24 ଘଣ୍ଟାରେ 12428 ନୂଆ ରୋଗୀ ଚିହ୍ନଟ, 356 ମୃତ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 12 ହଜାର 428 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 356 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 12 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 12 ହଜାର 428 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 356 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

CoronaVirus
ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 15 ହଜାର 951 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 63 ହଜାର 876 ସକ୍ରିୟ ମାମଲା ରହିଛି ।

ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 42 ଲକ୍ଷ 2 ହଜାର 202 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 55 ହଜାର 68 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 35 ଲକ୍ଷ 83 ହଜାର 318 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।

ଅପରପକ୍ଷରେ ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଗତକାଲି ମୋଟ 64 ଲକ୍ଷ 75 ହଜାର 733 ଡୋଜ୍ ଟିକା ଦିଆଯାଇଛି । ଏଥିସହିତ ଦେଶରେ ମୋଟ 102 କୋଟି 94 ଲକ୍ଷ 1 ହଜାର 119 ଡୋଜ୍ ଟୀକାକରଣ ହୋଇସାରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+