ସ୍ଥିର ରହିଛି କରୋନା ସଂକ୍ରମିତଙ୍କ ସଂଖ୍ୟା : ଗତ 24 ଘଣ୍ଟାରେ 12729 ନୂଆ ସଂକ୍ରମିତ ଚିହ୍ନଟ, 221 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 12 ହଜାର 729 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 221 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନ ହେବ ସ୍ଥିର ରହିଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 13 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 12 ହଜାର 729 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 221 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 12 ହଜାର 165 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 48 ହଜାର 922 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 43 ଲକ୍ଷ 33 ହଜାର 754 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 59 ହଜାର 873 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 37 ଲକ୍ଷ 24 ହଜାର 959 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
ଅପରପକ୍ଷରେ ଦେଶରେ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 107 କୋଟି 70 ଲକ୍ଷ 46 ହଜାର 116 ଡୋଜ୍ ଟୀକାକରଣ ହୋଇସାରିଛି । ଏଥିମଧ୍ୟରୁ ଗତ 24 ଘଣ୍ଟାରେ 5 ଲକ୍ଷ 65 ହଜାର 276 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications