ସ୍ଥିର ରହିଛି କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 12781ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 12 ହଜାର 781 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 8537 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ନୂଆଦିଲ୍ଲୀ : ସାରା ଦେଶରେ ଗତ କିଛି ଦିନ ହେବ କରୋନା ଦୈନିକ ସଂକ୍ରମଣ ମାମଲାରେ ଅହେତୁକ ବୃଦ୍ଧି ପରିଲକ୍ଷିତ ହେବା ପରେ ଗତ ତିନି ଦିନ ହେବ ଦୈନିକ ସଂକ୍ରମଣ ମାମଲା ପ୍ରାୟ 12 ହଜାର ଉପରେ ରହୁଛି, ଯାହାକି ଏକ ଚିନ୍ତାଜନକ ବିଷୟ । ଏଥି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ବୃଦ୍ଧି ହୋଇଛି ।

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 12 ହଜାର 781 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଗତ 24 ଘଣ୍ଟାରେ 8537 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରିପୋର୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବର୍ତ୍ତମାନ ଦେଶରେ ମୋଟ 76 ହଜାର 700 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 18 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 33 ଲକ୍ଷ 09 ହଜାର 473 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 27 ଲକ୍ଷ 07 ହଜାର 900 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 24 ହଜାର 873 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
ଏହା ବ୍ୟତୀତ କରୋନା ଭାଇରସ ବିରୋଧରେ ଚାଲିଥିବା ଟିକାକରଣ ଅଭିଯାନରେ ଦେଶରେ ଏଯାବଚ୍ ମୋଟ୍ 196 କୋଟି 18 ଲକ୍ଷ 66 ହଜାର 707 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟାରେ 2 ଲକ୍ଷ 80 ହଜାର 136 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications