କମୁଛି ସଂକ୍ରମଣ : ଗତ 24 ଘଣ୍ଟାରେ 13, 058 ରୋଗୀ ଚିହ୍ନଟ, 164 ଜଣଙ୍କର ମୃତ୍ୟୁ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 58 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 164 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବଡ଼ ହ୍ରାସ ପରିଲକ୍ଷିତ ହୋଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 14 ହଜାରରୁ କମ୍ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି । ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 58 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ 164 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।

ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 19 ହଜାର 470 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 1 ଲକ୍ଷ 83 ହଜାର 118 ସକ୍ରିୟ ମାମଲା ରହିଛି ।
ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 40 ଲକ୍ଷ 98 ହଜାର 373 ରେ ପହଞ୍ଚିଛି । ଏଥିସହିତ ମୃତ୍ୟୁ ସଂଖ୍ୟା 4 ଲକ୍ଷ 52 ହଜାର 454 କୁ ବୃଦ୍ଧି ପାଇଛି । ସେହିପରି ମୋଟ 3 କୋଟି 34 ଲକ୍ଷ 58 ହଜାର 801 ଜଣ ରୋଗୀ ସୁସ୍ଥ ହୋଇସାରିଲେଣି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହାର ବୁଲେଟିନରେ ଟୀକାକରଣ ବିଷୟରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି । ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ 98 କୋଟି 67 ଲକ୍ଷ 69 ହଜାର 411 ଡୋଜ୍ କୋଭିଡ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତ 24 ଘଣ୍ଟା ମଧ୍ୟରେ 87 ଲକ୍ଷ 41 ହଜାର 160 ଡୋଜ ଦିଆଯାଇଥିଲା ।












Click it and Unblock the Notifications