ଓମିକ୍ରନ୍ ଆତଙ୍କ ମଧ୍ୟରେ ପୁଣି ବଢିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଗତ 24 ଘଣ୍ଟାରେ 13,154 ରୋଗୀ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 154 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 268 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ 961 ଜଣ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇବା ପରେ ଆଜି ଅତ୍ୟଧିକ ବୃଦ୍ଧି ପାଇଛି । ବର୍ତ୍ତମାନ ଦୈନିକ ସଂକ୍ରମଣ 13 ହଜାରରୁ ସାମାନ୍ୟ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡର ନୂତନ ମାମଲାର ତଥ୍ୟ ପ୍ରକାଶ କରିଛି ।
ହେଲ୍ଥ ବୁଲେଟିନ୍ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦେଶରେ ମୋଟ 13 ହଜାର 154 ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ 268 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ 961 ଜଣ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 320 ଜଣ ସୁସ୍ଥ ହୋଇ ସାରିଛନ୍ତି ।

CoronaVirus

ଏହା ବ୍ୟତୀତ ଏହି ସମୟ ମଧ୍ୟରେ ବିଭିନ୍ନ ରାଜ୍ୟରେ ସମୁଦାୟ 7 ହଜାର 486 ଜଣ ରୋଗୀ ମହାମାରୀରୁ ସୁସ୍ଥ ହୋଇଛନ୍ତି । ଦେଶରେ ବର୍ତ୍ତମାନ 82 ହଜାର 402 ଜଣ ସକ୍ରିୟ ରୋଗୀ ଅଛନ୍ତି ।

ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 48 ଲକ୍ଷ 22 ହଜାର 40 ରେ ପହଞ୍ଚିଛି । ସେହିପରି ଦେଶରେ ମୋଟ 3 କୋଟି 42 ଲକ୍ଷ 58 ହଜାର 778 ଜଣ ସୁସ୍ଥ ହୋଇଛନ୍ତି । ମୋଟ ମୃତ୍ୟୁ ସଂଖ୍ୟା 4 ଲକ୍ଷ 80 ହଜାର 860 ହୋଇଛି ।

ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ମୋଟ 143 କୋଟି 83 ଲକ୍ଷ 22 ହଜାର 742 ଡୋଜ୍ ଟିକା ଦିଆଯାଇଛି । ଗତ 24 ଘଣ୍ଟାରେ 63 ଲକ୍ଷ 91 ହଜାର 282 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+